ଇତିହାସ ରଚିଲେ ଓଡିଆ ଆଦିବାସୀ ମହିଳା

ରାଷ୍ଟ୍ରପତି ନିର୍ବାଚନରେ ​​ଏନଡିଏ ପ୍ରାର୍ଥୀ ତଥା ଓଡିଆ ଆଦିବାସୀ ମହିଳା ଦ୍ରୌପଦୀ ମୁର୍ମୁ ଜିତାପଟ ହାସଲ କରିଛନ୍ତି। ସେ ୬୪ ପ୍ରତିଶତ ଭୋଟରେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କୁ ପରାସ୍ତ କରିଛନ୍ତି। ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ଉତ୍ସବକୁ ସାର ଦେଶ ପାଳନ କରୁଛି। ତାଙ୍କ ଜନ୍ମ ମାଟି ମୟୁରଭଞ୍ଜର ରାଇରଙ୍ଗପୁରରେ ପାରମ୍ପରିକ ନୃତ୍ୟ, ଗୀତ ଓ ବାଜା ବାଣରେ ସାରା ଅଞ୍ଚଳ ଉତ୍ସବମୁଖର ହୋଇଉଠିଛି। ବିଭିନ୍ନ ସ୍ଥାନରୁ ଲୋକମାନଙ୍କ ସୁଅ ଛୁଟିଛି।

ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ତାଙ୍କୁ ପ୍ରଥମେ ବିରୋଧୀ ପ୍ରାର୍ଥୀ ଯଶବନ୍ତ ସିହ୍ନା ଶୁଭେଚ୍ଛା ଜଣାଇଥିଲେ। ଦେଶର ରାଷ୍ଟ୍ରପତି ଭାବେ ବିଜୟୀ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ବାସଭବନରେ ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି । ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

http://

ସେହିପରି ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟୁଛି। ଓଡିଶା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମଙ୍କୁ ଅଭିବାଦନ ଜଣାଇଛନ୍ତି। ଆସନ୍ତା ୨୫ ତାରିଖରେ ଭାରତର ୧୫ତମ ରାଷ୍ଟ୍ରପତି ଭାବେ ସେ ଶପଥ ନେବେ।