କଣ୍ଟାବାଞ୍ଜି ବିଧାନସଭା ଆସନରୁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର: ଗୁରୁବାର ବଲାଙ୍ଗୀରର କଣ୍ଟାବାଞ୍ଜି ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ଦାଖଲ କରିବେ। ଗଞ୍ଜାମର ହିଞ୍ଜିଳି ବିଧାନସଭା ଆସନ ପରେ ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଦାଖଲ କରିବେ। ମୁଖ୍ୟମନ୍ତ୍ରୀ ଗୁରୁବାର ପୂର୍ବାହ୍ନରେ ହେଲିକପ୍ଟର ଯୋଗେ ଭୁବନେଶ୍ୱରରୁ ତୁଷରା ଏୟାରଷ୍ଟ୍ରିପ ଯିବେ। ସେଠାରୁ ହେଲିକପ୍ଟରରେ ଟିଟିଲାଗଡ଼ ସ୍ଥିତ ସିଟି ହାଇସ୍କୁଲ ପଡିଆକୁ ଯିବେ। ସେଠାରୁ ଶୋଭାଯାତ୍ରାରେ ଯାଇ ଟିଟଲାଗଡ଼ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିବେ। ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ପାଇଁ ଜିଲ୍ଲା ପ୍ରଶାସନ ଓ ପୁଲିସ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।