ବିଦ୍ୟୁତ ଖୁଣ୍ଟରେ ଚଢି ମରାମତି କରୁଥିବାବେଳେ ତାର ସଂସ୍ପର୍ଶରେ ଆସି ଯୁବକ ମୃତ
ବାଲେଶ୍ଵର: ବିଦ୍ୟୁତ ଖୁଣ୍ଟରେ ଚଢ଼ି ମରାମତି କରୁଥିବା ବେଳେ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ । ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଳକ ଶ୍ରଦ୍ଧାପୂର ଗାଁର ଏହି ଘଟଣା ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଶ୍ରଦ୍ଧାପୁର ଗାଁର ଯୁବକ ଧନଞ୍ଜୟ । ତାଙ୍କୁ ୪୫ ବର୍ଷ ହୋଇଥିଲା ।
ସୂଚନା ଅନୁସାରେ ଶ୍ରଦ୍ଧାପୁର ଗାଁର ଧନଞ୍ଜୟ ବିଦ୍ୟୁତ୍ ଖୁଣ୍ଟରେ ଚଢି କାମ କରୁଥିବାବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ। ହଠାତ୍ ସେ ବିଦ୍ୟୁତ୍ ଖୁଣ୍ଟରୁ ତଳକୁ ଖସି ପଡିଥିଲେ। ପରେ ସ୍ଥାନୀୟ ଲୋକ ତାଙ୍କୁ ଗୁରୁତର ଅବସ୍ଥାରେ ଜଳେଶ୍ଵର ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।