ଭୁବନେଶ୍ବର: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଓଡ଼ିଶାର ୪ ଲୋକସଭା ଏବଂ ୨୮ ବିଧାନସଭା ଆସନରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହାର ଦେଶରେ ଚତୁର୍ଥ ଓ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ। କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକସଭା ଆସନ ଓ ଏହା ଅଧୀନରେ ଆସୁଥିବା ସମସ୍ତ ବିଧାନସଭା ଆସନରେ ମତଦାନ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ନିର୍ବାଚନ କମିଶନ୍ ତଥା ଜିଲ୍ଲା ଓ ପୁଲିସ ପ୍ରଶାସନ ପକ୍ଷରୁ ପରିସ୍ଥିତି ଉପରେ କଡ଼ା ନଜର ରଖାଯାଇଛି। କଡ଼ା ସୁରକ୍ଷା ଲାଗି ୧୭ ହଜାର ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।