ସମ୍ବଲପୁରରେ ନବୀନଙ୍କ ଜୋରଦାର ପ୍ରଚାର; ବିରୋଧୀଙ୍କୁ କଲେ ଟାର୍ଗେଟ, ଦଳୀୟ ପ୍ରାର୍ଥୀଙ୍କ ପାଇଁ ମାଗିଲେ ଭୋଟ୍

ସମ୍ବଲପୁର: ସମ୍ବଲପୁରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଜୋରଦାର ପ୍ରଚାର । ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ନବୀନ । ରାଜ୍ୟ ସରକାର ଆଣିଥିବା ବିଭିନ୍ନ ଯୋଜନା ଭଲ କି ନାହିଁ ବୋଲି ପଚାରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସରକାର ମାଗଣା ବିଜୁଳି ଦେବେ । ଜୁଲାଇ ମାସରୁ ବିଜୁଳି ବିଲ୍ ଆସିବ ନାହିଁ ।

ଏହାସହ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀ ଦଳର ନେତା ମିଛ କହୁଛନ୍ତି । କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ତେଣୁ ସେମାନଙ୍କୁ ବିଶ୍ୱାସ ନ କରି ବିଜେଡି ପ୍ରାର୍ଥୀଙ୍କୁ ଭରସିବା ସହ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ନିର୍ବାଚନରେ ସମ୍ବଲପୁରରେ ସାଂସଦ ପ୍ରାର୍ଥୀ ଭାବେ ମୈଦାନକୁ ଓହ୍ଲାଇଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ।