ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍: ଦିନ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ । ଅପରାହ୍ଣ ୩ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ ହୋଇଛି । ବରଗଡରେ ସର୍ବାଧିକ ୫୩.୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ୪୬.୨୩ ପ୍ରତିଶତ ସହ ଆସ୍କାରେ ସବୁଠୁ କମ ଭୋଟିଂ ହୋଇଛି । ସୁନ୍ଦରଗଡରେ ୪୮.୯୬ ପ୍ରତିଶତ, କନ୍ଧମାଳ ୪୮.୯୩ ପ୍ରତିଶତ, ବଲାଙ୍ଗୀରରେ ୪୬.୯୬ ପ୍ରତିଶତ ମତଦାନ ହୋଇଛି । ଦ୍ୱିତୀୟ ପର୍ଯ୍ୟାୟରେ ୫ ଲୋକସଭା ଏବଂ ୩୫ ବିଧାନସଭା ଆସନ ପାଇଁ ନେତା ବାଛୁଛନ୍ତି ଜନତା । ମୋଟ୍ ୯୧୪୮ଟି ମତଦାନ କେନ୍ଦ୍ରରେ ୭୯ ହଜାରରୁ ଅଧିକ ମତଦାତା ସେମାନଙ୍କର ପସନ୍ଦ୍ର ନେତା ବାଛୁଛନ୍ତି । ମୋଟ୍ ୩୦୫ଜଣ ପ୍ରାର୍ଥୀ ମୈଦାନରେ ଅଛନ୍ତି । ୫ଟି ଲୋକସଭା ଆସନରେ ୪୦ ଜଣ ପ୍ରାର୍ଥୀ ଥିବା ବେଳେ ୩୫ଟି ବିଧାନସଭା ଆସନ ପାଇଁ ୨୬୫ ଜଣ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ।