ଭୁବନେଶ୍ୱର: ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି । ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଦ୍ଵିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରାୟତଃ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଧ୍ୟ ମତଦାନ ହାର ଅଧିକ ରହିବା ଆଶା କରାଯାଉଛି। ସଂଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ମତଦାନ ହାର ୬୦ ଦଶମିକ ୫୫ ପ୍ରତିଶତ ଥିଲା । ଏହି ସଂଖ୍ୟା ଆହୁରି ବଢିବ ବୋଲି ଆଶା କରାଯାଉଛି। ଆଜି ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଲୋକସଭା ସମେତ ଏହା ଅଧିନରେ ଥିବା ସମସ୍ତ ୩୫ ବିଧାନସଭା ପାଇଁ ଭୋଟ୍ ପଡ଼ିଛି । ଇଭିଏମ ସିଲ୍ ହେଇଛି ୩୦୫ପ୍ରାର୍ଥୀଙ୍କ ଭାଗ୍ୟ ।
ଆଜି ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟରେ ୫ ଲୋକସଭା ଆସନ ଓ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହୋଇଛି। ୪୦ ଲୋକସଭା ଓ ୨୬୫ ବିଧାନସଭା ପ୍ରାର୍ଥୀଙ୍କ ରାଜନୈତିକ ଭାଗ୍ୟ ଇଭିଏମରେ ସିଲ୍ ହୋଇଯାଇଛି। ଆଜି ଆସ୍କା, କନ୍ଧମାଳ, ବଲାଙ୍ଗୀର, ବରଗଡ଼ ଓ ସୁନ୍ଦରଗଡ଼ ଲୋକସଭା ଆସନରେ ମତଦାନ ହୋଇଛି। ଏସବୁ ଲୋକସଭା ଆସନ ଅଧୀନସ୍ଥ ୩୫ ବିଧାନସଭା ଆସନରେ ଭୋଟ୍ ଗ୍ରହଣ ହୋଇଛି।