ଓଡ଼ିଆ ପକ୍ଷ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ ଆମ ଓଡ଼ିଶା By Lopa Last updated Apr 2, 2025 Share ଆଜିଠୁ ପାଳନ ହେବ ‘ଓଡ଼ିଆ ପକ୍ଷ’ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇଛନ୍ତି । ୧ ଏପ୍ରିଲ୍ ‘ଓଡ଼ିଶା ଦିବସ’ ଠାରୁ ୧୪ ଏପ୍ରିଲ୍ ‘ଓଡ଼ିଆ ନବବର୍ଷ’ ପର୍ଯ୍ୟନ୍ତ ଏହି ୧୪ ଦିନ ଆମେ ‘ଓଡ଼ିଆ ପକ୍ଷ’ ଭାବେ ପାଳନ କରୁଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ସେ ଆହୁରି କହିଛନ୍ତି ଯେ, ଏହି ପକ୍ଷର ପ୍ରତ୍ୟେକ ମୁହୂର୍ତ୍ତ ସବୁ ଓଡ଼ିଆଙ୍କ ପାଇଁ ସ୍ୱାଭିମାନ, ସଂସ୍କୃତି, ପରମ୍ପରା ଓ ଅସ୍ମିତାକୁ ନେଇ ପ୍ରେରଣାର ସମୟ ହେଉ। ଓଡ଼ିଆ ପର୍ବ ହେଉ ଆମ ଭାଷା, ସାହିତ୍ୟ, ଖାଦ୍ୟ, ପୋଷାକ, ନୃତ୍ୟ, ସଙ୍ଗୀତ ଓ ସଂସ୍କୃତିର ଉତ୍ସବ।ଏହି ସମୟ ମଧ୍ୟରେ ଯେଉଁ ମହାପୁରୁଷ ଓ ମହିୟସୀମାନଙ୍କ ତ୍ୟାଗ ଓ ବଳିଦାନ ଯୋଗୁଁ ୧୯୩୬ ମସିହାରେ ଖଣ୍ଡ ବିଖଣ୍ଡିତ ଓଡ଼ିଶାର ଏକତ୍ରୀକରଣ ସମ୍ଭବ ହୋଇଥିଲା, ସେହି ବିନ୍ଧାଣୀମାନଙ୍କୁ ସ୍ମରଣ କରିବା ଓ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି କହିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ହେଉ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ନୂଆ ଉଦ୍ୟମ, ନୂଆ ସଂକଳ୍ପ ଓ ବିକଶିତ ଓଡ଼ିଶାର ନୂତନ ଅବସର। ମନ, ପ୍ରାଣ, ହୃଦୟରେ ଓଡ଼ିଆ ହେବା। ଓଡ଼ିଆ ଭାଷା, ସାହିତ୍ୟ, ଖାଦ୍ୟ, ପୋଷାକ ଏବଂ ସଂସ୍କୃତିକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବା ଏବଂ ଏକ ସ୍ଵାଭିମାନୀ ଓଡ଼ିଶା ଗଢ଼ିବା।ଉତ୍ସାହର ସହିତ ଗାଁ, ସହର ଓ ପ୍ରତ୍ୟେକ ଘରେ ୧ ଏପ୍ରିଲ୍ରୁ ୧୪ ଏପ୍ରିଲ୍ ଯାଏଁ ‘ଓଡ଼ିଆ ପକ୍ଷ’ ପାଳନ କରିବା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହୁରି କହିଛନ୍ତି, ଓଡ଼ିଆ ନବବର୍ଷ ଏବଂ ମହାବିଷୁବ ସଂକ୍ରାନ୍ତି ହେଉ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ନୂଆ ଉଦ୍ୟମ, ନୂଆ ସଂକଳ୍ପ ଓ ବିକଶିତ ଓଡ଼ିଶାର ନୂତନ ଅବସର। ମନ, ପ୍ରାଣ, ହୃଦୟରେ ଓଡ଼ିଆ ହେବା। ଓଡ଼ିଆ ଭାଷା, ସାହିତ୍ୟ, ଖାଦ୍ୟ, ପୋଷାକ ଏବଂ ସଂସ୍କୃତିକୁ ଆମ ଦୈନନ୍ଦିନ ଜୀବନର ଅଂଶ କରିବା ଏବଂ ଏକ ସ୍ଵାଭିମାନୀ ଓଡ଼ିଶା ଗଢ଼ିବା। ଉତ୍ସାହର ସହିତ ଗାଁ, ସହର ଓ ପ୍ରତ୍ୟେକ ଘରେ ୧ ଏପ୍ରିଲ୍ରୁ ୧୪ ଏପ୍ରିଲ୍ ଯାଏଁ ‘ଓଡ଼ିଆ ପକ୍ଷ’ ପାଳନ କରିବା। Share FacebookTwitterGoogle+ReddItWhatsAppPinterestEmail