ଆଜି ଶ୍ରୀଜିଉଙ୍କ ପଇତାଲାଗି ନୀତି; ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତାଲାଗି ନୀତି। ଶ୍ରୀଜିଉମାନଙ୍କ ଠାରେ ଦୈନଦିନ ଲାଗି ହେଉଥିବା ଚନ୍ଦନର ସୁରକ୍ଷା ନିମନ୍ତେ ମହାପ୍ରଭୁର ପଇତା ଲାଗି କରାଯାଇଥାଏ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଇ ଥାଏ। ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି। ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ପଇତାଲାଗି ନୀତି ହେବ।