ପାଗରେ ପରିବର୍ତ୍ତନ, ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଖରାର ପ୍ରକୋପ ଏତେ ମାତ୍ରାରେ ରହୁଛି ଯେ, ସକାଳ ୮.୩୦ ଟା ପରଠାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଏହା ଭିତରେ ଏକ ଆଶ୍ବସ୍ତି କଲାଭଳି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜିଠୁ ରାଜ୍ୟରେ ପାଗରେ ପରିବର୍ତ୍ତନ ଆସିବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ଯାହାଫଳରେ ଦିନର ସର୍ବୋଚ୍ଚ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମପାରେ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ ତୋଫାନ ହୋଇପାରେ।