ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ: ଦିଲ୍ଲୀର ତିହାର ଜେଲ୍‌କୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ମଙ୍ଗଳବାର ଏକ ଇମେଲ ମାଧ୍ୟମରେ ଏହି ଧମକ ମିଳିବା ପରେ ଜେଲ ପ୍ରଶାସନ ପକ୍ଷରୁ ଦିଲ୍ଲୀ ପୋଲିସକୁ ସୂଚନା ଦିଆଯାଇଥିଲା। ଏହାକୁ ନେଇ ପୋଲିସ ଆଲର୍ଟରେ ରହିଛି। ଏପରିକି ଜେଲ ପରିସରରେ ଡଗ୍‌ ସ୍କ୍ବାର୍ଡକୁ ନେଇ ସର୍ଚ୍ଚ ଅପରେଶନ ଚଳାଉଛି। ସେହିଭଳି ଜେଲ୍‌କୁ ଆସୁଥିବା ଏବଂ ଯାଉଥିବା ଲୋକଙ୍କ ଉପରେ ରୋକ ଲଗାଯାଇଛି।