ନିର୍ବାଚନୀ ହିଂସା: ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ-ଏସପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ।